ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୩,୭୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୮୦୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାଦର ଦଶ ଗ୍ରାମ ପ୍ରତି ୪୪,୭୬୦ ଟଙ୍କା ଓ ୪୯,୧୧୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬, ୬୬୦ ଟଙ୍କା ଓ ୪୭,୬୬୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୧୦ ଟଙ୍କା ଓ ୫୨,୧୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୨୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୩୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୦୧୦ ଟଙ୍କା ଓ ୪୯,୭୧୦ ଟଙ୍କା ରହିଛି ।
ଅନ୍ୟପଟେ ରୁପା ଦାମ୍ ମଧ୍ୟ ଆଜି ବଢିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୫,୬୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।