ବଢ଼ୁଛି ସୁନାର ଚାହିଦା, ଜାଣନ୍ତୁ ଆଜି ଭୁବନେଶ୍ୱରରେ କେତେ ରହିଛି ମୂଲ୍ୟ

ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦିନକୁ ଦିନ ସୁନାର ଚାହିଦା ବଢି ବଢି ଚାଲିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୧୭୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୪୨୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୧,୮୦୦ ଟଙ୍କା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.