ଚମକୁଛି ସୁନା ଓ ଚାନ୍ଦି, ହୁ ହୁ ହୋଇ ବଢ଼ି ଚାଲିଛି ମୂଲ୍ୟ

ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୬,୧୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୧୨୦ ଟଙ୍କା ରହିଛି । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୧୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୧୨୦ ହୋଇଛି ।

ଦେଶରେ ସୁନା ମୂଲ୍ୟ ହୁ ହୁ ହୋଇ ବଢ଼ି ଚାଲିଛି । ଏହା କ୍ରମାଗତ ଭାବେ ରେକର୍ଡ ଭାଙ୍ଗି ଚାଲିଛି । ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୬,୧୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୧୨୦ ଟଙ୍କା ରହିଛି । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୧୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୧୨୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୧୧୦ ଟଙ୍କା ଓ ୭୨,୧୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୨୬୦ ଟଙ୍କା ଓ ୭୨,୨୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୦୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୧୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୧୧୦ ଟଙ୍କା ଓ ୭୨,୧୩୦ ଟଙ୍କା ରହିଛି । ଅନ୍ୟ ପଟେ ରୁପାଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୫ ହଜାର ୬୦୦ ଟପିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.