Below header

ସୁନା ପ୍ରେମିକଙ୍କ ପାଇଁ ଖୁସି ଖବର, କିଣିବା ପୂର୍ବରୁ ନଜର ପକାନ୍ତୁ

ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୯୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୮୪୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୮୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୯୨୦ ହୋଇଛି ।

ବିବାହ ଋତୁ ଆସୁଥିବାରୁ ସୁନାର ଚାହିଦା ବଢିଛି । ତେବେ ଏହାରି ଭିତରେ ଆସିଛି ସୁନା ପ୍ରେମିକଙ୍କ ପାଇଁ ଖୁସି ଖବର । ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡିଶାରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୯୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୮୪୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୮୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୯୨୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୮୪୦ ଟଙ୍କା ଓ ୭୨,୯୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୯୯୦ ଟଙ୍କା ଓ ୭୩,୦୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨,୭୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୮୪୦ ଟଙ୍କା ଓ ୭୨,୯୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୩ ହଜାର ୯୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.