Below header

ବିବାହ ଋତୁରେ ଜୋରସୋରରେ ଚାଲିଛି ଗହଣା କିଣା, ଜାଣି ରଖନ୍ତୁ ଆଜି କେତେ ଅଛି ସୁନା ଦର

ସୁନା ପ୍ରେମିକଙ୍କ ପାଇଁ ଖୁସି ଖବର । ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡିଶାରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୫୯୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୫୪୦ଟଙ୍କା ରହିଛି ।

ବିବାହ ଋତୁ ଆସୁଥିବାରୁ ସୁନାର ଚାହିଦା ବଢିଛି । ତେବେ ଏହାରି ଭିତରେ ଆସିଛି ସୁନା ପ୍ରେମିକଙ୍କ ପାଇଁ ଖୁସି ଖବର । ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡିଶାରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୫୯୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୫୪୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୫୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୫୯୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୫୪୦ ଟଙ୍କା ଓ ୭୨,୫୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୬୯୦ ଟଙ୍କା ଓ ୭୩,୭୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୩୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୫୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୫୪୦ ଟଙ୍କା ଓ ୭୨,୫୯୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୩ ହଜାର ୯୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.