କିଛି ଦିନର ବ୍ୟବଧାନ ପରେ ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ୧୦ ଗ୍ରାମ ପିଛା କେତେ ଅଛି ରେଟ୍

ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଆଜି ସୁନା ଦର ବୃଦ୍ଧି ପାଇଛି । ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୪୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୩୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୩୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୪୭୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୩୦୦ ଟଙ୍କା ଓ ୭୩,୪୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୪୫୦ ଟଙ୍କା ଓ ୭୩,୫୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪ ,୧୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୩୫୦ ଟଙ୍କା ଓ ୭୩,୪୭୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୩,୫୦୦ ଟଙ୍କା ହୋଇଛି ।