ପୁଣି ଆକାଶଛୁଆଁ ସୁନା ଦର, ଜାଣନ୍ତୁ କେଉଁ ସହରରେ କେତେ ଦାମ୍‌ ?

ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଆଜି ସୁନା ଦର ବୃଦ୍ଧି ପାଇଛି । ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୭୫୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୬୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୭୫୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୬୦୦ ଟଙ୍କା ଓ ୭୩,୭୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୭୫୦ ଟଙ୍କା ଓ ୭୩,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪ ,୬୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୬୦୦ ଟଙ୍କା ଓ ୭୩,୭୫୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୬,୧୦୦ ଟଙ୍କା ହୋଇଛି ।

Leave A Reply

Your email address will not be published.