Below header

କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୩,୯୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ୪୭,୯୮୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୪,୯୪୦ ଟଙ୍କା ଓ ୪୯,୩୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୦୫୦ ଟଙ୍କା ଓ ୪୮,୦୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୦୦୦ ଟଙ୍କା ଓ ୫୧,୨୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୩୦୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୪୨୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୩୫୦ ଟଙ୍କା ଓ ୫୦,୦୫୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ୬୪,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.