ପୁଣି ଉପର ମୁହାଁ ହେଲା ସୁନା ଦର, ଜାଣନ୍ତୁ କେତେ ହେଲା ଦାମ୍

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୮୪୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୫ ହଜାର ୮୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୫,୮୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧,୮୪୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୫,୮୫୦ ଟଙ୍କା ଓ ୭୧,୮୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୦୦୦ ଟଙ୍କା ଓ ୭୧,୯୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୪୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୫,୮୫୦ ଟଙ୍କା ଓ ୭୧,୮୪୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୦,୫୦୦ ଟଙ୍କା ହୋଇଛି ।