ରଜରେ ସୁନା କିଣିବାକୁ ଚାହୁଁଥିଲେ ସୁବର୍ଣ୍ଣ ସୁଯୋଗ, ଆଜି କମିଛି ଗହଣା ଦର

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୮୯୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୫ ହଜାର ୯୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୫,୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧,୮୯୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୫,୯୦୦ ଟଙ୍କା ଓ ୭୧,୮୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୫୦୦ ଟଙ୍କା ଓ ୭୨,୫୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୫୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୫,୯୦୦ ଟଙ୍କା ଓ ୭୨,୮୯୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୦,୫୦୦ ଟଙ୍କା ହୋଇଛି ।

Leave A Reply

Your email address will not be published.