ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର

ଆଜି ସୁନା କିଣିବାକୁ ଚାହୁଁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର ଆସିଛି। ଆଜି ସୁନା କିଣିବାକୁ ପୂର୍ବରୁ ନଜର ପକାନ୍ତୁ କେତେ ରହିଛି ଦର? ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୩୩୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୩୩୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୩୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୩୦୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୩୦୦ ଟଙ୍କା ଓ ୭୨,୩୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୩୩୦ ଟଙ୍କା ଓ ୭୨,୩୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୯୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୩୦୦ ଟଙ୍କା ଓ ୭୨,୩୩୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୧,୦୦୦ ଟଙ୍କା ହୋଇଛି ।