ସୁନା କିଣିବାକୁ ଚାହୁଁଥିଲେ ବଢିଆ ସୁଯୋଗ, ଭରିଏକୁ ମାତ୍ର ଏତିକି ଟଙ୍କା

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୬୦୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୫ ହଜାର ୫୮୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୨୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୨୨୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୨୦୦ ଟଙ୍କା ଓ ୭୨,୨୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୩୫୦ ଟଙ୍କା ଓ ୭୨,୪୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୪୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୨୦୦ ଟଙ୍କା ଓ ୭୨,୨୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୮,୦୦୦ ଟଙ୍କା ହୋଇଛି ।