ସୁନା ପ୍ରେମିଙ୍କ ପାଇଁ ଖୁସି ଖବର, ଆଜି କମିଲା ସୁନା ଦର

ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ ପ୍ରଥମେ ଦାମ ଜାଣନ୍ତୁ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୦୦୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୦୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୨୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୦୦୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୦୦୦ ଟଙ୍କା ଓ ୭୨,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୧୫୦ ଟଙ୍କା ଓ ୭୨,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୬୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୦୦୦ ଟଙ୍କା ଓ ୭୨,୦୦୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୧,୭୦୦ ଟଙ୍କା ହୋଇଛି ।