ଗହଣା କିଣିବା ପୂର୍ବରୁ ଜାଣି ନିଅନ୍ତୁ ଆଜିର ରେଟ୍

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୩୯୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୩୬୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୩୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୩୯୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୩୬୦ ଟଙ୍କା ଓ ୭୨,୩୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୫୦୦ ଟଙ୍କା ଓ ୭୨,୫୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୫୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୩୬୦ ଟଙ୍କା ଓ ୭୨,୩୯୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୧,୧୦୦ ଟଙ୍କା ହୋଇଛି ।