କେଉଁଠି ସ୍ଥିର ତ କେଉଁଠି ବଢିଛି, ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୦୯୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୦୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୦୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୦୯୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୦୦୦ ଟଙ୍କା ଓ ୭୩,୦୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୧୫୦ ଟଙ୍କା ଓ ୭୩,୨୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩ ,୭୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୦୦୦ ଟଙ୍କା ଓ ୭୩,o୯୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୩,୦୦୦ ଟଙ୍କା ହୋଇଛି ।