ଖୁସି ଖବର ! କମିଛି ସୁନା ଦର, କିଣିବା ଆଗରୁ ଜାଣି ନିଅନ୍ତୁ କେତେ ରହିଛି ଆଜିର ମୂଲ୍ୟ

ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର । ବର୍ତ୍ତମାନ ସୁନା ଦର କମିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୬୪୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୫୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୫୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୬୪୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୫୦୦ ଟଙ୍କା ଓ ୭୩,୬୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୬୫୦ ଟଙ୍କା ଓ ୭୩,୭୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪,୦୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୫୦୦ ଟଙ୍କା ଓ ୭୩,୬୪୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୫,୨୦୦ ଟଙ୍କା ହୋଇଛି ।