Below header

ଭାରତୀୟ ବଜାରରେ ଖସିଲା ସୁନା ଦର, ଜାଣନ୍ତୁ କ’ଣ ରହିଛି ନୂଆ ରେଟ୍

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୩,୯୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ୪୭,୯୮୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୦୬୦ ଟଙ୍କା ଓ ୪୯,୦୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୭୪୦ ଟଙ୍କା ଓ ୪୭, ୭୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୫୧,୧୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୧୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୨୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୧୫୦ ଟଙ୍କା ଓ ୪୯,୮୫୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ୬୪,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.