ହୁ ହୁ ହୋଇ ବଢୁଛି ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ୍

ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର । ବର୍ତ୍ତମାନ ସୁନା ଦର ବଢିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୦୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୮୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୮୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪,୦୨୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୮୫୦ ଟଙ୍କା ଓ ୭୪,୦୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୮,୦୦୦ ଟଙ୍କା ଓ ୭୪,୧୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪,୫୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୮୫୦ ଟଙ୍କା ଓ ୭୪,୦୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୫,୦୦୦ ଟଙ୍କା ହୋଇଛି ।