ପୁଣି ବଢିଲା ସୁନା ଦର, ଏବେ କିଣନ୍ତୁ ଆଗକୁ ଆହୁରି ବଢିବ!

ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର । ବର୍ତ୍ତମାନ ସୁନା ଦର ବଢିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୫ ହଜାର ୦୦୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୮ ହଜାର ୭୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୮,୭୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୫,୦୦୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୮,୭୫୦ ଟଙ୍କା ଓ ୭୪,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୮,୯୦୦ ଟଙ୍କା ଓ ୭୫,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୯,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୫,୪୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୮,୭୫୦ ଟଙ୍କା ଓ ୭୫,୦୦୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୬,୦୦୦ ଟଙ୍କା ହୋଇଛି ।