ସବୁଦିନ ନୂଆ ରେକର୍ଡ କରୁଛି ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ବଜାରରେ ସୁନା ମୂଲ୍ୟ?

ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର । ବର୍ତ୍ତମାନ ସୁନା ଦର କମିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୩୫୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୮ ହଜାର ୧୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୮,୧୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪,୩୫୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୮,୧୫୦ ଟଙ୍କା ଓ ୭୪,୩୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୮,୩୦୦ ଟଙ୍କା ଓ ୭୪,୫୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୫,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୮,୧୫୦ ଟଙ୍କା ଓ ୭୪,୩୫୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୩,୨୫୦ ଟଙ୍କା ହୋଇଛି ।