ସୁନା-ରୁପା ଦରରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ କେତେ ବଢ଼ିଲା ମୂଲ୍ୟ..

ଆଜି ବଢ଼ିଲା ସୁନା ଦର । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୭, ହଜାର ୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ଗ୍ରାମ ପିଛା ୭୩ ହଜାର ୩୧୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭, ୨୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୩୧୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭, ୨୦୦ ଟଙ୍କା ଓ ୭୩,୩୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୩୫୦ ଟଙ୍କା ଓ ୭୩, ୪୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭, ୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୩୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭, ୨୦୦ ଟଙ୍କା ଓ ୭୩,୩୧୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୭,୦୦୦ ଟଙ୍କା ହୋଇଛି ।