ଦେଶରେ ସ୍ଥିର ରହିଛି ସୁନା ଓ ରୂପା ଦର; ଜାଣନ୍ତୁ ଆଜିର ମୂଲ୍ୟ ବାବଦରେ

ସ୍ଥିର ରହିଛି ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୮ ହଜାର ୦୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧, ୫୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭ ,୮୪୦ ଟଙ୍କା ଥିଲା ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୧,୩୫୦ ଟଙ୍କା ଓ ୭୭ ,୮୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୧,୫୦୦ ଟଙ୍କା ଓ ୭୭, ୯୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୧,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୮,୮୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୧,୩୫୦ ଟଙ୍କା ଓ ୭୭, ୮୪୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୨,୬୦୦ ହଜାର ଟଙ୍କା ହୋଇଛି ।