ପୁଣି ମହଙ୍ଗା ହେଲା ସୁନା ଦର, ଜାଣନ୍ତୁ କେତେ ହେଲା ଗ୍ରାମ ପ୍ରତି ଦାମ୍

ବିଶ୍ବ ବଜାରରେ ଅସ୍ଥିରତା ଦେଖାଦେଇଥିବାରୁ ପୁଣି ଥରେ ସୁନା ମହଙ୍ଗା ହୋଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୦ ହଜାର ୦୭୦ ଟଙ୍କା ରହିଛି ।  ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୪, ୫୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୮୧ , ୨୭୦ ଟଙ୍କା ରହିଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୪,୫୦୦ ଟଙ୍କା ଓ ୮୧, ୨୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୪,୬୫୦ ଟଙ୍କା ଓ ୮୧, ୪୨୦ ଟଙ୍କା ରହିଛି ।  ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୪,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୧, ୨୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୪,୫୦୦ ଟଙ୍କା ଓ ୮୧, ୨୭୦ ଟଙ୍କା ରହିଛି ।  ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୬,୫୦୦ ହଜାର ଟଙ୍କା ହୋଇଛି ।

You might also like