ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ପୁଣି ଥରେ ସୁନା ମହଙ୍ଗା ହୋଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୧ ହଜାର ୧୧୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୪, ୩୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୮୧ , ୧୧୦ ଟଙ୍କା ରହିଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୪,୩୫୦ ଟଙ୍କା ଓ ୮୧, ୧୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୪,୫୦୦ ଟଙ୍କା ଓ ୮୧, ୨୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୪,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୧, ୧୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୪,୩୫୦ ଟଙ୍କା ଓ ୮୧, ୧୧୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୬,୫୦୦ ହଜାର ଟଙ୍କା ହୋଇଛି ।