ପୁଣି ମହଙ୍ଗା ହେଲା ସୁନା ଦର, ଜାଣନ୍ତୁ କେତେ ହେଲା ଗ୍ରାମ ପ୍ରତି ଦାମ୍

ପୁଣି ଥରେ ସୁନା ମହଙ୍ଗା ହୋଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୧ ହଜାର ୧୧୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୪, ୫୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୮୧ , ୨୩୦ ଟଙ୍କା ରହିଛି । ସୁନା ଦର ୧୫୦ ଓ ୧୨୦ ଟଙ୍କା ୧୦ ଗ୍ରାମକୁ ବୃଦ୍ଧି ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୪,୫୦୦ ଟଙ୍କା ଓ ୮୧, ୨୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୪,୬୫୦ ଟଙ୍କା ଓ ୮୧, ୨୩୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୪,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୧, ୨୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୪,୫୦୦ ଟଙ୍କା ଓ ୮୧,୨୩୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୧,୦୪, ୦୦୦ ହଜାର ଟଙ୍କା ହୋଇଛି ।