ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦର, କମିଛି ନା ବଢିଛି ଥରେ ପକାନ୍ତୁ ନଜର

ଭୁବନେଶ୍ୱର(କେ ନ୍ୟୁଜ):  ଆଜି ଓଡିଶା ରାଜଧାନୀ ଭୁବନେଶ୍ୱର ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬ ହଜାର ୩୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮ ହଜାର ୫୪୦ ଟଙ୍କା ରହିଥିବା ନେଇ ଜଣାଯାଇଛି । ଯେବେକି ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬ ହଜାର ୨୭୦ ଟଙ୍କା ଓ ୪୭ ହଜାର ୨୭୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬
, ୨୭୦ ଟଙ୍କା ଓ ୪୭ ହଜାର ୨୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୩୪୦ ଟଙ୍କା ଓ ୫୦
ହଜାର ୫୭୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୬୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୭୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୮୦୦ ଟଙ୍କା ଓ ୪୯,୫୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୦୦ ଟଙ୍କା କମି ୬୩,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.