ବିବାହ ସିଜିନରେ ବଢ଼ିଲା ସୁନା ଓ ରୂପା ଦର ? ଜାଣି ରଖନ୍ତୁ ଆଜି କେତେ ରହିଛି ଦାମ୍

ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୭ ହଜାର ୯୮୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୦, ୬୫୦ ଟଙ୍କା ଛୁଇଁଛି ।
ସେହିପରି ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୮୦ ହଜାର ୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାଦର ୮୭ ହଜାର ୯୮୦ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୦,୬୫୦ ଟଙ୍କା ଓ ୮୭,୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୦, ୮୦୦ ଟଙ୍କା ଓ ୮୮, ୧୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୦,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୭, ୯୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୦,୬୫୦ ଓ ୮୭,୯୮୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦,୦୦୦ ଟଙ୍କା ହୋଇଛି ।
ଆହୁରି ପଢ଼ନ୍ତୁ : ୮୦ ହଜାର ଟଙ୍କା ମଧ୍ୟରେ ଭଲ ମାଇଲେଜ୍ ଦେଉଥିବା ସ୍କୁଟର, ୧ ଲିଟର ପେଟ୍ରୋଲରେ ଚଲାଇବେ କେତେ କିଲୋମିଟର?