ଲଗାତାର ବଢ଼ି ଚାଲିଛି ସୁନା ଦାମ୍, ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୨୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୯,୩୫୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୨୦୦ ଟଙ୍କା ଓ ୫୦,୨୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୩୧୦ ଟଙ୍କା ଓ ୫୦,୨୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୨୫୦ ଟଙ୍କା ଓ ୫୨,୬୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୬୯୯ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୯୪୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୭୦୦ ଟଙ୍କା ଓ ୫୧,୪୦୦ ଟଙ୍କା ରହିଛି।

ଅନ୍ୟପଟେ ଆଜି ରୁପା ମୂଲ୍ୟ କିନ୍ତୁ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୦୦ ଟଙ୍କା କମି ୬୭,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.