ଜାଣନ୍ତୁ ଆଜି ଆପଣଙ୍କ ସହରରେ ଦଶ ଗ୍ରାମ ପ୍ରତି ସୁନା ଦର କେତେ ରହିଛି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫, ୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୯, ୨୪୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬, ୧୫୦ ଟଙ୍କା ଓ ୫୦, ୭୪୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮, ୧୦୦ ଟଙ୍କା ଓ ୪୯, ୧୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮, ୧୫୦ ଟଙ୍କା ଓ ୫୨,୫୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬, ୪୭୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୭୦୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮, ୫୦୦ ଟଙ୍କା ଓ ୫୧,୨୦୦ଟଙ୍କା ରହିଛି।
ଅନ୍ୟପଟେ ଆଜି ରୁପା ମୂଲ୍ୟ କିନ୍ତୁ ହ୍ରାସ ପାଇଛି। ସେହିପରି ରୁପା ଦାମ୍ କମି କିଲୋ ପ୍ରତି ୬୬,୦୦୦ ଟଙ୍କା ରହିଛି।