ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଓ ରୁପା ଦର

ଆଜି ଭୁବନେଶ୍ୱର ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୯୦ ଟଙ୍କା ରହିଛି । ଯେବେକି ଭାରତରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୦୭୦ ଟଙ୍କା ଓ ୪୭,୦୭୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୦୭୦ ଟଙ୍କା ଓ ୪୭,୦୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୨୫୯ ଓ ୫୦,୪୫୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୫୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୫୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୫୫୦ ଟଙ୍କା ଓ ୪୯,୨୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ୬୪, ୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.