ଆପଣ ଏହି ବିବାହ ଋତୁରେ ସୁନା ଓ ରୁପା କିଣିବାକୁ ଚାହାଁନ୍ତି କି? ଜାଣନ୍ତୁ କେତେ ଅଛି ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪, ୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୮, ୪୭୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪, ୮୫୦ ଟଙ୍କା ଓ ୪୯, ୨୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬, ୯୪୦ ଟଙ୍କା ଓ ୪୭, ୯୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୦୦୦ ଟଙ୍କା ଓ ୫୧,୨୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫, ୭୦୯ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୮୬୫ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୨୦୦ ଟଙ୍କା ଓ ୪୯,୯୦୦ ଟଙ୍କା ରହିଛି।

ଅନ୍ୟପଟେ ଆଜି ରୁପା ମୂଲ୍ୟ କିନ୍ତୁ ହ୍ରାସ ପାଇଛି। ସେହିପରି ରୁପା ଦାମ୍‌ କମି କିଲୋ ପ୍ରତି ୬୩ ,୧୦୦ ଟଙ୍କା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.