ସ୍ଥିର ରହିଛି ସୁନା ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦର

ଆଜି ଭାରତୀୟ ବଜାରରେ ହ୍ରାସ ପାଇଛି ସୁନା ଦାମ୍। ସୁନା ୨୪ ଓ ୨୨ କ୍ୟାରେଟ୍ ମୂଲ୍ୟ କମିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩, ୫୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୭, ୫୪୦ ଟଙ୍କା ରହିଥିବା ଜଣାଯାଇଛି। ସେହିପରି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪, ୫୦୦ ଟଙ୍କା ଓ ୪୯, ୧୭୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬, ୪୫୦ ଟଙ୍କା ଓ ୪୭, ୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୬୦୦ ଟଙ୍କା ଓ ୫୦,୮୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୯୨୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୦୧୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬, ୮୫୦ ଟଙ୍କା ଓ ୪୯,୫୫୦ ଟଙ୍କା ରହିଛି। ଅନ୍ୟପଟେ ଆଜି ରୁପା ମୂଲ୍ୟ କିନ୍ତୁ ହ୍ରାସ ପାଇଛି। ସେହିପରି ରୁପା ଦାମ୍ କମି କିଲୋ ପ୍ରତି ୬୧ ,୬୦୦ ଟଙ୍କା ରହିଛି।