Below header

ସୁନା ଦରରେ ଲାଗୁନି ବ୍ରେକ, ଜାଣନ୍ତୁ ଆଜି କେତେ ରହିଛି ଗ୍ରାମ ପ୍ରତି ଦାମ୍‌

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୨୦ ଟଙ୍କା ବୃଦ୍ଧି ପାଇ ୪୬,୪୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୨୦ ଟଙ୍କା ବୃଦ୍ଧି ପାଇ ୪୭,୪୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୩୧୦ ଟଙ୍କା ଓ ୪୮,୩୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୪୩୦ ଟଙ୍କା ଓ ୪୭,୪୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୫୦୦ ଟଙ୍କା ଓ ୫୦,୫୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୭୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୮୦୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୯୨୦ ଟଙ୍କା ଓ ୪୯,୬୨୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ କିଲୋଗ୍ରାମ ପ୍ରତି ୧,୨୦୦ ଟଙ୍କା ବୃଦ୍ଧି ପାଇ ୭୦,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.