ସୁନା କିଣିବାକୁ ଚାହୁଁଥିଲେ, ଏଠାରେ ଜାଣନ୍ତୁ କେତେ ରହିଛି ଆଜିର ଦର

ଆଜି ଭୁବନେଶ୍ୱର ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୩୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୨୯୦ ଟଙ୍କା ରହିଛି । ଯେବେକି ଭାରତରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୦୭୦ ଟଙ୍କା ଓ ୪୭,୦୭୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୦୭୦ ଟଙ୍କା ଓ ୪୭,୦୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୧୪୦ ଓ ୫୦,୩୪୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୩୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୩୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୪୪୦ ଟଙ୍କା ଓ ୪୯,୧୪୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ୬୪, ୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.