କମିଲା ସୁନା ଦର: ରୁପା ବି ହେଲା ଶସ୍ତା, ଜାଣନ୍ତୁ କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩,୮୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୮୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୭୫୦ ଟଙ୍କା ଓ ୪୯,୦୭୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୮୨୦ ଟଙ୍କା ଓ ୪୭,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୧୦ ଟଙ୍କା ଓ ୫୧,୧୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୨୫୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୩୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୧୦୦ ଟଙ୍କା ଓ ୪୯,୮୦୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୧୦୦ ଟଙ୍କା କମି ୬୧,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.