କମିଲା ସୁନା ରୁପା ଦର, ବିବାହ ଋତୁରେ ସୁନା କିଣିବାକୁ ଚାହୁଁ ଥିଲେ ଆଜି ହିଁ କିଣିନିଅନ୍ତୁ

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୪,୩୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୮୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୩୦୦ ଟଙ୍କା ଓ ୪୯,୫୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୩୫୦ ଟଙ୍କା ଓ ୪୮,୩୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୪୦ ଟଙ୍କା ଓ ୫୧,୪୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୯୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୦୦ ଟଙ୍କା ଓ ୫୦,୧୦୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.