ସୁନା କିଣିବାକୁ ଚାହୁଁଛନ୍ତି, ଏଠାରେ ଜାଣନ୍ତୁ ଆଜି କେତେ ରହିଛି ଗ୍ରାମ୍‌ ପ୍ରତି ଦାମ୍‌

ଆପଣ ଯଦି ବିବାହ ପାଇଁ ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଜଲଦି କିଣିଦିଅନ୍ତୁ। ପୁଣି ବଢିଲା ସୁନା ଦର। ଆଜି ଭାରତୀୟ ବଜାରରେ ସୁନା ଦର ୪୧୦ ଟଙ୍କା ବୃଦ୍ଧି ପାଇଛି। ଆଜି ୨୨ କ୍ୟାରେଟ ସୁନା ଦର ୪୪, ୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮, ୭୯୦ ଟଙ୍କା ହୋଇଛି। ସେହିପରି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୭୦୦ ଟଙ୍କା ଓ ୫୦,୦୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୬୮୦ଟଙ୍କା ଓ ୪୮, ୬୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୮୫୦ ଟଙ୍କା ଓ ୫୨,୨୦୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୦୩୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୨୨୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୮୫୦ ଟଙ୍କା ଓ ୫୦, ୫୫୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.