ସୁନା କିଣିବାକୁ ଚାହୁଁଥିଲେ ଜାଣନ୍ତୁ ଆଜି କେତେ ରହିଛି ସୁନା ଦର
ଆଜି ରାଜଧାନୀ ଭୁବନେଶ୍ୱର ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮ ,୧୯୦ ଟଙ୍କା ରହିଥିବା ନେଇ ଜଣାଯାଇଛି । ଯେବେକି ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୭୮୦ ଟଙ୍କା ଓ ୪୬,୭୮୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୭୮୦ ଟଙ୍କା ଓ ୪୭,୭୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୧୫୦ ଟଙ୍କା ଓ ୫୦,୩୫୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୩୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୩୦୦ ଟଙ୍କା ଓ ୪୯, ୦୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୩,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।