ସାମାନ୍ଯ ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଗ୍ରାମ ପ୍ରତି ମୂଲ୍ଯ

କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ୪୪,୨୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୨୯୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୩୫୦ ଟଙ୍କା ଓ ୪୯,୭୧୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୩୦୦ ଟଙ୍କା ଓ ୪୮,୩୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୫୦୦ ଟଙ୍କା ଓ ୫୧,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୮୨୪ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୯୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୫୦୦ ଟଙ୍କା ଓ ୫୦,୨୦୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।