ସୁନା କିଣିବାକୁ ଚାହୁଁଛନ୍ତି, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ୪୪,୨୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୨୬୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୩୫୦ ଟଙ୍କା ଓ ୪୯,୭୧୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୩୧୦ ଟଙ୍କା ଓ ୪୮,୩୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୫୧୦ ଟଙ୍କା ଓ ୫୧,୮୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୬୬୮ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୮୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୬୦ ଟଙ୍କା ଓ ୫୦,୧୬୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।