ସୁନା କିଣିବାକୁ ଚାହୁଁଛନ୍ତି, ଏଠାରେ ଜାଣନ୍ତୁ ଆଜି କେତେ ରହିଛି ଗ୍ରାମ୍ ପ୍ରତି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୨୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୨୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୩୫୦ ଟଙ୍କା ଓ ୪୯,୪୬୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୨୨୦ ଟଙ୍କା ଓ ୪୮,୨୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୫୦୦ ଟଙ୍କା ଓ ୫୧,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୫୯୯ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୭୪୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୦୦ ଟଙ୍କା ଓ ୫୦,୧୦୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।