ଏଠାରେ ଜାଣନ୍ତୁ ଆଜି ରାଜଧାନୀରେ କେତେ ଅଛି ସୁନା ଦର, ବଢିଛି ନା କମିଛି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୪୬୦ ଟଙ୍କା ଓ ୪୯,୬୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୧୬୦ ଟଙ୍କା ଓ ୪୯,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୬୧୦ ଟଙ୍କା ଓ ୫୧,୯୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୪୭୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୬୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୧୬୦ ଟଙ୍କା ଓ ୪୯,୮୬୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।