ସାମାନ୍ଯ ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଗ୍ରାମ ପ୍ରତି ମୂଲ୍ଯ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୧୫୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୪,୯୦୦ ଟଙ୍କା ଓ ୪୯,୩୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୦୮୦ ଟଙ୍କା ଓ ୪୯,୦୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୩୦୦ ଟଙ୍କା ଓ ୫୧,୫୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୫୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୬୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୨୫୦ ଟଙ୍କା ଓ ୪୯,୯୫୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

 

Leave A Reply

Your email address will not be published.