ଆଜି କମିଛି ସୁନା ଦାମ୍, ଜାଣନ୍ତୁ ଭୁବନେଶ୍ୱରରେ କେତେ ରହିଛି ଦର

କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦୦ ଟଙ୍କା କମି ୪୬,୯୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୫୧,୧୬୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୦୦ ଟଙ୍କା ଓ ୫୧,୧୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୯୦୦ ଟଙ୍କା ଓ ୫୧,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୦୫୦ ଟଙ୍କା ଓ ୫୧,୩୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୧୦୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୯୦୦ ଟଙ୍କା ଓ ୫୧,୧୬୦ ଟଙ୍କା ରହିଛି।
ସେହିପରି ରୁପା ମୂଲ୍ୟ ମଧ୍ୟ ଆଜି କମ୍ ହୋଇଛି। ଆଜି ରୁପା କିଲୋଗ୍ରାମକୁ ୧୦୦ ଟଙ୍କା କମି ୬୦,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Also Read: ହିମାଚଳ ନିର୍ବାଚନ ପୂର୍ବରୁ ବିଜେପିର ଘୋଷଣା: ସ୍କୁଲ ଛାତ୍ରୀଙ୍କୁ ସାଇକେଲ, କଲେଜ ଛାତ୍ରୀଙ୍କୁ ସ୍କୁଟର ଦେବାକୁ ପ୍ରତିଶ୍ରୁତି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.