ଭୁବନେଶ୍ୱରରେ ସାମାନ୍ୟ ବଢିଛି ସୁନା ଦର, ଦେଖନ୍ତୁ ଆଜିର ତାଜା ଅପଡେଟ୍
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୭୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୮୬୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୯୦୦ ଟଙ୍କା ଓ ୫୦,୩୦୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୯୦୦ ଟଙ୍କା ଓ ୪୯,୮୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୯୦୦ ଟଙ୍କା ଓ ୫୦,୧୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୬,୩୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୦,୫୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୯୦୦ ଟଙ୍କା ଓ ୪୮,୬୦୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୪,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।