ଏଠାରେ ଜାଣନ୍ତୁ ଆଜି ରାଜଧାନୀରେ କେତେ ଅଛି ସୁନା ଦର, ବଢିଛି ନା କମିଛି

ଭାରତୀୟ ବଜାରରେ କମିଛି ସୁନା ଦାମ୍। ଆଜି ସୁନା ଦାମରେ କୌଣସି ପରିବର୍ତ୍ତନ ହୋଇନାହିଁ। ଆଜି ଦାମ୍‌ ସ୍ଥିର ରହିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୨୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୨୭୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୧୦୦ ଟଙ୍କା ଓ ୪୯, ୨୦୦ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫, ୧୦୦ ଟଙ୍କା ଓ ୪୯, ୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୧୦୦ ଟଙ୍କା ଓ ୪୯, ୨୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫, ୫୦୩ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯, ୬୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୧୦୦ ଟଙ୍କା ଓ ୪୯,୨୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।