ପୁଣି ବଢ଼ିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୩୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୪୪୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୪୦୦ ଟଙ୍କା ଓ ୪୯,୫୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୪୦୦ ଟଙ୍କା ଓ ୪୯,୫୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୪୦୦ ଟଙ୍କା ଓ ୪୯,୫୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୮୧୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୯୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୪୦୦ ଟଙ୍କା ଓ ୪୯,୫୩୦ ଟଙ୍କା ରହିଛି ।

ସେହିପରି ଆଜି ରୁପା ମୂଲ୍ୟ ବି ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୭୦୦ ଟଙ୍କା ବଢ଼ି ୬୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.