ଏଠାରେ ଜାଣନ୍ତୁ ଆଜି ରାଜଧାନୀରେ କେତେ ଅଛି ସୁନା ଦର, ବଢିଛି ନା କମିଛି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୮୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୯୨୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୫୦,୧୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୬,୨୬୪ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୦,୪୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ରହିଛି ।

ସେହିପରି ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.