ସୁନା କିଣିବାକୁ ଦୋକାନକୁ ଯିବା ପୂର୍ବରୁ ଜାଣିରଖନ୍ତୁ ଆଜି କେତେ ରହିଛି ଦାମ୍

ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରତିଦିନ ସୁନା ଓ ରୁପା ଦରରେ କିଛି ନା କିଛି ପରିବର୍ତ୍ତନ ହେଉଛି। ବେଶି ନ ହେଲେ ବି ଦାମରେ କିଛି ପରିବର୍ତ୍ତନ ହେଉଛି। ଆପଣ ଯଦି ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ହିଁ କିଣି ଆଣନ୍ତୁ। ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୪୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୦,୬୯୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ୧୦ ଗ୍ରାମ ପ୍ରତି ୪୬,୫୫୦ ଟଙ୍କା ଓ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦, ୭୮୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୫୫୦ ଟଙ୍କା ଓ ୫୦,୭୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୭୦୦ ଟଙ୍କା ଓ ୫୦, ୯୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୫୫୦ ଟଙ୍କା ଓ ୫୦, ୭୮୦ ଟଙ୍କା ରହିଛି। ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୯,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।