ସପ୍ତାହ ଆରମ୍ଭରୁ ୧୦୦ ଟଙ୍କା ବଢିଛି ସୁନା ଦର, ୧୦ ଗ୍ରାମକୁ ଏତିକି ଟଙ୍କା

କେନ୍ଦ୍ର ସରକାର ବଜେଟରେ ସୁନା ଦର କମାଇଥିବା ବେଳେ ଆଜି ୧୦୦ ଟଙ୍କା ବଢିଛି ସୁନା ଦର । ଆଗକୁ ଆସୁଥିବା ଉତ୍ସବକୁ ନେଇ ରାଜଧାନୀବାସୀ ସୁନା କିଣିବା ପାଇଁ ଦୋକାନରେ ଭିଡ ଲଗାଇଛନ୍ତି । ସୁନା ଦର ହ୍ରାସକୁ ନେଇ ରାଜଧାନୀର ବିଭିନ୍ନ ସୁନା ଦୋକାନରେ ବି ଭିଡ ଲାଗିଛି । ବିଶେଷ କରି ସୁନାର କମିଥିବା ଦାମକୁ ନେଇ ଲୋକେ ବେଶ ପ୍ରଭାବିତ ହୋଇ ଆବଶ୍ୟକ ମୁତାବକ ସୁନା କିଣୁଥିବା ଦେଖିବାକୁ ମିଳିଛି ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୦ ହଜାର ୩୬୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ଗ୍ରାମ ପିଛା ୬୪ ହଜାର ୫୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୪,୫୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୦,୩୬୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୪,୫୦୦ ଟଙ୍କା ଓ ୭୦,୩୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୦,୫୧୦ ଟଙ୍କା ଓ ୬୪,୬୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୪,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୦,୧୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୪ ୫୦୦ ଟଙ୍କା ଓ ୭୦,୩୬୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୭,୦୦୦ ଟଙ୍କା ହୋଇଛି।